
ନବରଙ୍ଗପୁର (ଅନିଲ ପ୍ରଭାତ ଭତ୍ରା) : ନବରଙ୍ଗପୁର ଜିଲ୍ଲାପାଳ ଡଃ କମଳ ଲୋଚନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଟେବୁଲ ଟପ ଏକସର ସାଇଜ ଏବଂ ମକ ଡ୍ରିଲ ନିମନ୍ତେ ପ୍ରସ୍ତୁତି ବୈଠକ ଅଶୋକ ମେହେଟ୍ଟା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା l ଆଗାମୀ ଅଠର ତାରିଖ ପୂର୍ବାହ୍ନରେ ଜିଲ୍ଲା ସ୍ତରୀୟ ଏବଂ ଅପରାହ୍ନରେ ବ୍ଲକ ଏବଂ ପୌରାଞ୍ଚଳ ସ୍ତରରେ ଟେବୁଲ ଟପ ଏକସର ସାଇଜ ଏବଂ ଉଣେଇଶି ତାରିଖ ରେ ଜିଲ୍ଲାର ସମସ୍ତ ବାତ୍ୟା ଆଶ୍ରୟସ୍ଥଳୀ ରେ ମକ ଡ୍ରିଲ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ l ବନ୍ୟା ବାତ୍ୟା ଭଳି ଆକସ୍ମିକ ପ୍ରାକୃତିକ ବିପର୍ଯ୍ୟୟ ରୁ ଧନ ଜୀବନ କୁ ରକ୍ଷା କରି ଶୂନ୍ୟ ମୃତ୍ୟୁ ଆଭିମୁଖ୍ୟ କୁ ସାକାର କରିବା ପାଇଁ ପ୍ରସ୍ତୁତି କୁ ସଦା ସର୍ବଦା ସଜାଗ ରହିବା ପାଇଁ ବିଭିନ୍ନ ଦିଗକୁ ନେଇ ଆଲୋକପାତ କରିଥିଲେ l ଏହି କାଯ୍ୟକ୍ରମ ରେ ଅତିରିକ୍ତ ଜିଲ୍ଲାପାଳ ନବୀନ ଚନ୍ଦ୍ର ନାୟକ, ଉପ ଜିଲ୍ଲାପାଳ ପ୍ରକାଶ ଚନ୍ଦ୍ର ମିଶ୍ର, ଜିଲ୍ଲାର ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, ନିର୍ବାହୀ ଅଧିକାରୀ ପୌରାଞ୍ଚଳ ନବରଙ୍ଗପୁର ଶଙ୍କର କେରକେଟା, ଜିଲ୍ଲା ଶିକ୍ଷା ଅଧିକାରୀ ଛତ୍ରପତି ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ପାଲକା ରବିନ୍ଦ୍ର, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଗୀତାଞ୍ଜଳି ବେହେରା, ଜିଲ୍ଲା ଜରୁରୀକାଳୀନ ବିଭାଗ ର ଜିଲ୍ଲା ପ୍ରକଳ୍ପ ଅଧିକାରୀ ହିମାଂଶୁ ଶେଖର ପଟନାୟକ, ବିଭିନ୍ନ ସ୍ୱେଚ୍ଛାସେବୀ ସଂଗଠନ, ବାତ୍ୟା ଆଶ୍ରୟସ୍ଥଳୀ ର ସଭାପତି ସମ୍ପାଦକ, ଅଗ୍ନିଶ୍ରମ ଅଧିକାରୀଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ l