“ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ୨୭ତମ ପ୍ରତିଷ୍ଠା ଦିବସ ପାଳିତ”

ବାରିପଦା (କଲିଙ୍ଗ ପ୍ରଭା ଟିଭି): ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ୨୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ଏକ ସମାରୋହର କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ଅଧ୍ୟକ୍ଷତା କରିଥିଲେ । ଓଡ଼ିଶା ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ ତଥା ସାର୍ବଜନୀନ ଉଦ୍ୟୋଗ ବିଭାଗର କ୍ୟାବିନେଟ୍‌ ମନ୍ତ୍ରୀ ମାନ୍ୟବର ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର ମୁଖ୍ୟ ଅତିଥି ଭାବେ, ମୟୂରଭଞ୍ଜ ସାଂସଦ ଶ୍ରୀଯୁକ୍ତ ନବଚରଣ ମାଝୀ, ବାରିପଦା ବିଧାୟକ ଶ୍ରୀଯୁକ୍ତ ପ୍ରକାଶ ସୋରେନ୍‌ ଓ ସାରସକଣା ବିଧାୟକ ଶ୍ରୀଯୁକ୍ତ ଭାଦବ ହାଁସଦା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ ।

ଇତି।
ଦୀନବନ୍ଧୁ ବାରିକ (ମୟୂରଭଞ୍ଜ ଜିଲ୍ଲା ପ୍ରତିନିଧି )

Leave a Reply

Your email address will not be published. Required fields are marked *