ଜିଲ୍ଲା ସ୍ତରୀୟ ମାଣ୍ଡିଆ ଦିବସ ୨୦୨୪ ପାଳନ

ବାରିପଦା: ଦୀନବନ୍ଧୁ ବାରିକ (ମୟୂରଭଞ୍ଜ ଜିଲ୍ଲାପ୍ରତିନିଧି)// ଓଡିଶା ସରକାର ନଭେମ୍ବର ୧୦ ତାରିଖ କୁ ମାଣ୍ଡିଆ ଦିବସ ରୁପେ ଘୋଷଣା କରିଅଛନ୍ତି | ଏହି ପରିପ୍ରେକ୍ଷୀରେ ମୟୂରଭଞ୍ଜ ଜିଲ୍ଲାର ମୁଖ୍ୟ ଜିଲ୍ଲା କୃଷି ଅଧିକାରୀଙ୍କ କାର୍ଯାଳୟ ପରିସରରେ ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ମିଲେଟ ବର୍ଷ ଏବଂ ମାଣ୍ଡିଆ ଦିବସ ୨୦୨୪ ପାଳନ କରାଯାଇଅଛି। ଏଥି ସହିତ ରାଜ୍ୟ ସରକାରଙ୍କ ଶ୍ରୀ ଅନ୍ନ ଅଭିଯାନ ଅନ୍ତର୍ଗତ ଜିଲ୍ଲା ସ୍ତରୀୟ ଖାଦ୍ୟମେଳା ଓ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି।

ଏଥିରେ ମୁଖ୍ୟ ଅତିଥି ଭାବରେ ମାନ୍ୟବର ମନ୍ତ୍ରୀ ଗୃହ ନିର୍ମାଣ ଓ ନଗର ଉନ୍ନୟନ ତଥା ସାଧାରଣ ଉଦ୍ୟୋଗ ଡଃ କୃଷ୍ଣଚନ୍ଦ୍ର ମହାପାତ୍ର ଯୋଗ ଦେଇ ଏହି ଜିଲ୍ଲା ସ୍ତରୀୟ ଖାଦ୍ୟ ମେଳାର ଉଦଘାଟନ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ମାନ୍ୟବର ବିଧାୟକ ବାରିପଦା ଶ୍ରୀ ପ୍ରକାଶ ସୋରେନ, ଏବଂ ଜିଲ୍ଲା ପରିଷଦ ଅଧ୍ୟକ୍ଷ୍ୟା ଶ୍ରୀମତୀ ଭାରତୀ ହାଁସଦା ଯୋଗାଯୋଗ ଦେଇ ଏହି ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମର ଶୋଭା ବର୍ଦ୍ଧନକରିଥିଲେ

Leave a Reply

Your email address will not be published. Required fields are marked *