ଆଡ଼କିଆ ବା ତ୍ରିବିକ୍ରମ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ

November 14, 2024, 11:00 [IST] ଆଜି ପଞ୍ଚୁକର ତୃତୀୟ ଦିନ। ପୁରୀ ଶ୍ରୀମନ୍ଦିରରେ ଆଡ଼କିଆ ବା ତ୍ରିବିକ୍ରମ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ। ସକାଳେ ଅବକାଶ ନୀତି ଶେଷ ହେବା ପରେ ଶ୍ରୀଜିଉଙ୍କୁ ଏହି ବେଶରେ ବିଭୂଷିତ କରାଯାଇଥିଲା। ପଞ୍ଚୁକ ପାଇଁ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଲକ୍ଷାଧିକ ଭକ୍ତଙ୍କର ପୁରୀରେ ସମାଗମ ହୋଇଛି। ହରିବୋଲ ହୁଳହୁଳି ସହ ଜୟ ଜଗନ୍ନାଥ ଧ୍ୱନିରେ ପ୍ରକମ୍ପିତ ହୋଇଛି ପୁରୀ ବଡଦାଣ୍ଡ। ବେଶ ଦର୍ଶନ ପାଇଁ ଲମ୍ବା ଲାଇନରେ ଭକ୍ତମାନେ ଦର୍ଶନ କରୁଛନ୍ତି। ” ପଞ୍ଚୁକର ଦ୍ୱିତୀୟ ଦିନ: ବାଙ୍କଚୂଡ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ ” ଗତକାଲି ଦ୍ୱିତୀୟ ଦିନରେ ଭକ୍ତଙ୍କୁ ବାଙ୍କଚୂଡ଼ା ବେଶରେ ଦର୍ଶନ ଦେଇଥିଲେ କଳାଠାକୁର। ବିଶ୍ୱାସ ରହିଛି ଶ୍ରୀଜିଉଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଅନ୍ୟତମ ଏଇ ପଞ୍ଚୁକ ଯାତ୍ରା। ଏହି ସମୟରେ ମହାପ୍ରଭୁଙ୍କୁ ଦର୍ଶନ କଲେ କୋଟି ପୂଣ୍ୟ ମିଳିଥାଏ । ପୁଷ୍କାଳକ ସେବକମାନେ ଏହି ବେଶ ସମ୍ପାଦନ କରିଥିଲେ। ଆଡ଼କିଆ ବେଶରେ ଶ୍ରୀଜଗନ୍ନାଥ ଓ ବଳଭଦ୍ରଙ୍କ ମସ୍ତକରେ ଚୂଳ ଲଗାଯାଇଛି। ଏହି ଚୂଳରେ ସ୍ୱର୍ଣ୍ଣ ନିର୍ମିତ କିଆ ଆଡବାଗରେ ଖୋସା ଯାଇଛି । ବାବା ଧବଳେଶ୍ୱରଙ୍କ ପାଖରେ ଲାଗି ହେଲା ପ୍ରସିଦ୍ଧ ଗଜଭୋଗ ଓ ତରଣ। ରାତି ୨ଟାରୁ ମନ୍ଦିର ଦ୍ୱାର ଫିଟା ଯାଇ ମଙ୍ଗଳାଆଳତୀ କରାଯିବା ସହ ୧୦୮ ଗରା ଜଳରେ ମହାସ୍ନାନ କରାଯାଇ ସମସ୍ତ ରୀତିନୀତି ପରେ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କ ଦର୍ଶନ ପାଇଁ ଛଡ଼ା ଯାଇଥିଲା। ପ୍ରଭୁଙ୍କୁ ହରିହର ବେଶରେ ଦର୍ଶନ କରୁଛନ୍ତି ଭକ୍ତ ।

Leave a Reply

Your email address will not be published. Required fields are marked *