
ଆରମ୍ଭ ହେଲା କଟକର ଐତିହାସିକ ବାଲିଯାତ୍ରା ଯାହା ଆସନ୍ତା ୨୨ ତାରିଖ ଯାଏଁ ଚାଲିବ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଐତିହାସିକ ବାଲିଯାତ୍ରାକୁ ଉଦ୍ଘାଟନ କରିଛନ୍ତି। ଉଦ୍ଘାଟନ ପରେ ମୁଖ୍ୟମନ୍ତ୍ରୀ ମେଳା ବୁଲି ଦେଖିଥିଲେ। ଚଳିତ ବର୍ଷ ୧୫ଟି ଦେଶର ବିଦେଶ ପ୍ରତିନିଧି ବାଲିଯାତ୍ରା ଦେଖିବା ପାଇଁ ଆସିବେ । ଏହାବାଦ ଏଥର ବାଲି ଯାତ୍ରାରେ ମହାନଦୀରେ ଲେଜର ଶୋ’, ଡ୍ରୋନ ଶୋ’ ଆୟୋଜିତ ହେବ । ପ୍ରଥମ ଥର ପାଇଁ ୪୦୦ ଡ୍ରୋନକୁ ନେଇ ଡ୍ରୋନ୍ ଶୋ’ ଆୟୋଜିତ ହେବ । ସେହିପରି ଏଥର ମୋଟ୍ ୩୨ ଏକର ଜାଗାରେ ପ୍ରାୟ ୨୫୦୦ରୁ ଅଧିକ ଷ୍ଟଲ୍ କରାଯାଇଛି । ଖାସ୍ କଥା ହେଲା ଏଥର ୧୩ଟି ଦେଶର ରାଷ୍ଟ୍ରଦୂତ ଅତିଥି ଭାବେ ଯୋଗ ଦେବେ ଏବଂ ୮ଟି ଦେଶର କଳାକାରମାନେ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯିବ । “Bali Yatra 2024: ବାଲିଯାତ୍ରାରେ ଯୋଗ ଦେବେ ୧୩ଟି ରାଷ୍ଟ୍ରର ରାଷ୍ଟ୍ରଦୂତ ” ଚଳିତବର୍ଷ ବାଲିଯାତ୍ରାକୁ ଆସିଛି ନୂଆ ଦୋଳି ସ୍କ୍ରିମ ଟାୱାର । ବାଲିଯାତ୍ରାରେ ଏହି ଦୋଳିକୁ ପ୍ରଥମ ଥର ପାଇଁ ଲଞ୍ଚ କରିଛି ଗାଜିଆବାଦର ଫନଟେକ ଆମ୍ୟୁଜମେଣ୍ଟ କମ୍ପାନୀ । ଏକାଥରକେ ୩୨ ଜଣ ଏହି ଦୋଳିରେ ବସି ନୂଆ ରୋମାଞ୍ଚର ମଜା ନେଇପାରିବେ । ସେହିପରି ପ୍ରଥମଥର ପାଇଁ ବାଲିଯାତ୍ରାକୁ ଆସିଛି ସୁନାମି ଓ ଫ୍ରିସ-ବି ଦୋ ଳି । ଯାହା ଦର୍ଶକଙ୍କୁ ବେଶ୍ ମନୋରଞ୍ଜନର ଖୋରାକ ଦେବ । ଚଳିତବର୍ଷ ବାଲିଯାତ୍ରା ‘କଟକ ଇନ୍ କଟକ’ରେ ଦେଖିବାକୁ ମିଳିବ ଓଡିଆ ଚଳଚ୍ଚିତ୍ର ଇତିହାସର ଝଲକ ।