
କଳାହାଣ୍ଡି / ଭବାନୀପାଟଣା(ଡିକେ ନ୍ୟୁଜ ) କଳାହାଣ୍ଡି ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ ଦିବସ ଜିଲାପାଳଙ୍କ କାର୍ଯ୍ଯାଳୟ ସ୍ଥିତ ସଦଭାବନା ସଭା ଗୃହରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମ ରେ ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ,ଅତିରିକ୍ତ ଜିଲ୍ଲାପାଳ ବଇତାରୁ ଦୀପ,ମୁଖ୍ୟ ବକ୍ତା ଭାବରେ ବରିଷ୍ଠ ସାମ୍ବାଦିକ ଉମାଶଙ୍କର କର,ସମ୍ମାନିତ ଅତିଥି ଭାବେ ବରିଷ୍ଟ ସାମ୍ବାଦିକ ଶାନ୍ତନୁ କୁମାର ବେହେରା, ସତ୍ୟନାରାୟଣ ମହାପାତ୍ର,ଶିକ୍ଷାବିତ୍ ଡକ୍ଟର ଉମେଶ ଚନ୍ଦ୍ର ଶତପଥି ଯୋଗଦେଇ ଜାତୀୟ ପ୍ରେସ ଦିବସ ପାଳନ ର ତାତ୍ପର୍ଯ୍ୟ ଉପରେ ଆଲୋକପାତ କରିଥିଲେ। ଚଳିତ ବର୍ଷ ଜାତୀୟ ପ୍ରେସ ଦିବସ ର ଥିମ୍ ପରିବର୍ତ୍ତନଶୀଳ ଗଣମାଧ୍ୟମ ସମ୍ପର୍କରେ ଆଲୋଚନା କରାଯାଇଥିଲା। ଏକ ସଶକ୍ତ ଓ ସୁଦୃଢ଼ ଗଣତନ୍ତ୍ର ରେ ପ୍ରେସ ର ପ୍ରମୁଖ ଭୂମିକା ସମ୍ପର୍କରେ ଆଲୋଚନା କରାଯାଇଥିଲା। ଜିଲାର ସର୍ବାଙ୍ଗୀନ ଉନ୍ନତି ଓ ବିକାଶ କ୍ଷେତ୍ରରେ ଜନସାଧାରଣଙ୍କ ହିତରେ ଗଣମାଧ୍ୟମ ର ପ୍ରମୂଖ ଭୂମିକା ରହିଥିବା ସମ୍ପର୍କରେ ଜିଲ୍ଲାପାଳ ଦୃଷ୍ଟି ଆକର୍ଷଣ କରିଥିଲେ।
ଏହି ଅବସରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତା ର ସଫଳ ପ୍ରତିଯୋଗି ମାନଙ୍କୁ ଜିଲ୍ଲାପାଳଙ୍କ ଦ୍ଵାର ଟ୍ରଫି ଓ ମାନପତ୍ର ପ୍ରଦାନ କରାଯାଇଥିଲା। ଏଥିରେ ବିଭିନ୍ନ ବିଭାଗୀୟ ଅଧିକାରୀ, ସମସ୍ତ ଗଣମାଧ୍ୟମ ର ପ୍ରତିନିଧି ପ୍ରମୁଖ ଯୋଗଦେଇ ଥିଲେ। କାର୍ଯ୍ୟକ୍ରମ କୁ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ହଳଧର ନିଆଲ ପରିଚାଳନା କରିଥିଲେ ଏବଂ ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।
ଫଟୋ – ପଠା ଯାଇଛି ଳ
ଶୁଭେନ୍ଦୁ କୁମାର ପଣ୍ଡା/ ସଂଜୀବ କୁମାର ପାତ୍ର, ଭବାନୀପାଟଣା 7008213001