ବ୍ଲକ ସ୍ତରୀୟ ବିଜ୍ଞାନ ମେଳା

[6:16 pm, 21/11/2024] B Patana Negi: ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟ, ହରଭଙ୍ଗା ରେ ବ୍ଲକ ସ୍ତରୀୟ ବିଜ୍ଞାନମେଳା ଅନୁଷ୍ଠିତ ହୋଇଯାଇଛି। ହରଭଙ୍ଗା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଅଜୟ କୁମାର ଲୁହା ଙ୍କ ସଭାପତିତ୍ବରେ ଆୟୋଜିତ ଉଦ୍ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଆଞ୍ଚଳିକ ପଞ୍ଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ,ହରଭଙ୍ଗା ର ଅଧ୍ୟକ୍ଷ ଶ୍ରୀଯୁକ୍ତ ହିମାଂଶୁ ଶେଖର ରାଉତ,ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ,ହରଭଙ୍ଗା ଶ୍ରୀଯୁକ୍ତ ଅଖିଳ କୁମାର ପ୍ରଧାନ ଓ ଆୟୋଜକ ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଜିତେନ୍ଦ୍ର ଦେହୁରୀ ପ୍ରମୁଖ ମଞ୍ଚାସିନ ଥିଲେ। ଆଜିର ମେଳାରେ କୁନି ବୈଜ୍ଞାନିକ ମାନଙ୍କ ଦ୍ୱାରା ୧୪୯ ଗୋଟି ବିଜ୍ଞାନପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା । ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଅଜୟ କୁମାର ଲୁହା ଙ୍କ ସଭାପତିତ୍ବରେ ଆୟୋଜିତ ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀଯୁକ୍ତ ଗେନ୍ଦ୍ରା କୁଜୁର, ମୁଖ୍ୟ ବକ୍ତା ଭାବେ ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟର ଉଦ୍ଭିଦ ବିଜ୍ଞାନ ଅଧ୍ୟାପକ ଶ୍ରୀଯୁକ୍ତ ପ୍ରବୀର୍ କୁମାର ଦାସ ,ସମ୍ମାନିତ ଅତିଥି ଭାବରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଶ୍ରୀଯୁକ୍ତ ସୁନିଲ କୁମାର ଗୁପ୍ତା, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଅଖିଳ କୁମାର ପ୍ରଧାନ,ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଶ୍ରୀଯୁକ୍ତ ଜୟନ୍ତ କୁମାର ପ୍ରଧାନ ଓ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଜିତେନ୍ଦ୍ର ଦେହୁରୀ ମଞ୍ଚ ଅଳଙ୍କୃତ କରିଥିଲେ।ସମସ୍ତ କୁନି ବୈଜ୍ଞାନିକ ପ୍ରତିଯୋଗୀଙ୍କୁ ଅତିଥିଙ୍କ ଦ୍ୱାରା ମାନପତ୍ର ପ୍ରଦାନ କରାଯାଇଥିଲା।ଜିଲ୍ଲାସ୍ତରୀୟ ବିଜ୍ଞାନ ମେଳାରେ ଅଂଶଗ୍ରହଣ ପାଇଁ ଚୟନ ହୋଇଥିବା ସାତଜଣ କୁନି ବୈଜ୍ଞାନିକ ଙ୍କୁ ମୁଖ୍ୟ ଅତିଥି ମାନପତ୍ର ଓ ଟ୍ରଫି ପ୍ରଦାନ କରିଥିଲେ।ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ,କର୍ମଚାରୀ ଓ ଛାତ୍ରଛାତ୍ରୀ କାର୍ଯ୍ୟକ୍ରମରେ ପୂର୍ଣ୍ଣ ସହଯୋଗ କରିଥିଲେ।
B Patana Negi: ବ୍ୟୁରୋ ରିପୋର୍ଟ କଳିଙ୍ଗପ୍ରଭା ଟିଭି

Leave a Reply

Your email address will not be published. Required fields are marked *