ଓଡ଼ିଶା ବିଶ୍ୱବିଦ୍ୟାଳୟ ଅଧିନିୟମ, ୧୯୮୯ରେ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଶନିବାର ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଓଡ଼ିଶା ବିଶ୍ୱବିଦ୍ୟାଳୟ ଅଧିନିୟମ, ୧୯୮୯ରେ ସଂଶୋଧନ ପ୍ରସ୍ତାବକୁ ଅନୁମୋଦନ ସହ ଶିଳ୍ପ ନୀତି ୨୦୧୫ର ଦୁଇଟି ସଂଶୋଧନକୁ ମଧ୍ୟ କ୍ୟାବିନେଟ ମଞ୍ଜୁରୀ ମିଳିଛି। କ୍ୟାବିନେଟ ନିଷ୍ପତ୍ତି ସମ୍ପର୍କରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସଂଶୋଧନ ଅନୁଯାୟୀ, ଯୋଗ୍ୟ ନିବେଶକମାନେ ପ୍ରୋତ୍ସାହନ ପାଇଁ ସେମାନଙ୍କର ଦାବିକୁ ଠିକ୍ ସମୟରେ ପ୍ରଦାନ କରିବାକୁ ସକ୍ଷମ ହେବେ ଏବଂ ପ୍ରୋତ୍ସାହନକୁ ସୁଗମ ପରିଚାଳନା ପାଇଁ ସହାୟକ ହେବ। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କହିଛନ୍ତି ଯେ, ବିଭିନ୍ନ ପ୍ରୋତ୍ସାହନ ଏବଂ ପ୍ରମାଣପତ୍ର ବିଷୟରେ କିମ୍ବା ନୀତି ତଥା ଦରଖାସ୍ତ ପ୍ରଣାଳୀ ବିଷୟରେ ସେମାନଙ୍କର ଅଜ୍ଞତା କାରଣରୁ ଅନେକ କ୍ଷେତ୍ରରେ ଶିଳ୍ପ ସଂସ୍ଥା ଆବେଦନପତ୍ର ଦାଖଲ କରିବାରେ ବିଳମ୍ୱ ହୁଏ। ଏତଦବ୍ୟତୀତ କୋଭିଡ ମହାମାରୀ ଦ୍ବାରା ସୃଷ୍ଟି ହୋଇଥିବା ପରିସ୍ଥିତିକୁ ମଧ୍ୟ ବିଚାରକୁ ନେଇ, ଶିଳ୍ପ ନୀତି ୨୦୧୫ ଅଧୀନରେ ସମସ୍ତ ପ୍ରକାରର ପ୍ରୋତ୍ସାହନ ଏବଂ ପ୍ରମାଣପତ୍ର ପାଇଁ ଆବେଦନ ଦାଖଲ କରିବାର ସମୟସୀମାକୁ ୧ ବର୍ଷରୁ ୨ ବର୍ଷ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ଅନୁମୋଦନ ଦିଆଯାଇଛି। ୨ ବର୍ଷରୁ ଅଧିକ ବିଳମ୍ବ ପାଇଁ, ମୁଖ୍ୟ ଶାସନ ସଚିବଙ୍କ ସ୍ତରରେ ବିଚାର କରାଯିବା ପାଇଁ ବ୍ୟବସ୍ଥା କରାଯାଇଛି। ପରବର୍ତ୍ତୀ ସମୟରେ ଏକକ ପଦକ୍ଷେପ ଭାବରେ, ଯେଉଁ ନିବେଶକମାନେ ବ୍ୟବସାୟିକ ଉତ୍ପାଦନ ଆରମ୍ଭ କରିସାରିଛନ୍ତି କିନ୍ତୁ ଧାର୍ଯ୍ୟ ତାରିଖ ମଧ୍ୟରେ ପ୍ରୋତ୍ସାହନ କିମ୍ବା ପ୍ରମାଣପତ୍ର ପାଇଁ ସେମାନଙ୍କ ଆବେଦନ ଦାଖଲ କରିବାରେ ବିଫଳ ହୋଇଥିଲେ, କିନ୍ତୁ ୩୦.୦୬.୨୦୧୩ ମଧ୍ୟରେ ଦାଖଲ କରିଥିଲେ ମଧ୍ୟ ଅଯୋଗ୍ୟ ହୋଇଥିବେ ସେମାନଙ୍କ ଦରଖାସ୍ତ ଯୋଗ୍ୟ ଆବେଦନକାରୀ ଭାବେ ପୂନଃ ବିଚାର କରାଯିବ। “ମିଲରମାନଙ୍କୁ କଡା ନିର୍ଦ୍ଦେଶ ଦେଲେ ଯୋଗାଣ ମନ୍ତ୍ରୀ; କହିଲେ ଭୁଲରେ ବି ଏମିତି କଲେ ହେବ କାର୍ଯ୍ୟନୁଷ୍ଠାନ” ସେହିପରି ଅନ୍ୟ ଏକ ସଂଶୋଧନ ଅନୁଯାୟୀ, ଓଡିଶା ଖାଦ୍ୟ ପ୍ରକ୍ରିୟାକରଣ ନୀତି ୨୦୧୬ରେ ୨୦୨୦ରେ ହୋଇଥିବା ସଂଶୋଧନ ୧୩.୧୧.୨୦୧୮ ଠାରୁ କାର୍ଯ୍ୟକାରୀ ହେବ।

Leave a Reply

Your email address will not be published. Required fields are marked *