ଜଳ ଜୀବନ ମିଶନ ପାଇଁ ବଜେଟ୍‍ ବ୍ୟୟବରାଦ ୬୭,୦୦୦ କୋଟି ଟଙ୍କାକୁ ବୃଦ୍ଧିଜଳ ଜୀବନ ମିଶନ୍ ଅବଧି ୨୦୨୮ ପର୍ଯ୍ୟନ୍ତ ସମ୍ପ୍ରସାରିତଆସନ୍ତା ତିନିବର୍ଷ ମଧ୍ୟରେ ମିଶନ ୧୦୦% ଲକ୍ଷ୍ୟ ହାସଲ କରିବ

New Delhi
ଆଜି ସଂସଦରେ କେନ୍ଦ୍ର ବଜେଟ୍ ୨୦୨୫-୨୬ ଉପସ୍ଥାପନ କରୁଥିବାବେଳେ କେନ୍ଦ୍ର ଅର୍ଥ ଏବଂ କର୍ପୋରେଟ୍ ବ୍ୟାପାର ମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣ କହିଛନ୍ତି ଯେ ଜଳ ଜୀବନ ମିଶନ ପାଇଁ ମୋଟ ବଜେଟ ବ୍ୟୟବରାଦ ୬୭,୦୦୦ କୋଟି ଟଙ୍କାକୁ ବୃଦ୍ଧି କରାଯାଇଛି। ସେ କହିଛନ୍ତି ଯେ ମିଶନ ଅବଧିକୁ ୨୦୨୮ ପର୍ଯ୍ୟନ୍ତ ସମ୍ପ୍ରସାରିତ କରାଯାଇଛି ।
ଶ୍ରୀମତୀ ନିର୍ମଳା ସୀତାରମଣ କହିଛନ୍ତି ଯେ ୨୦୧୯ ମସିହାରୁ ଭାରତର ଗ୍ରାମାଞ୍ଚଳର ୮୦ ପ୍ରତିଶତ ପ୍ରତିନିଧିତ୍ୱ କରୁଥିବା ୧୫ କୋଟି ପରିବାର ଜଳ ଜୀବନ ମିଶନ ଦ୍ୱାରା ଉପକୃତ ହୋଇଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ ଏହି ମିଶନ ଅଧିନରେ ଟ୍ୟାପ୍‍ ଜଳ ସଂଯୋଗ ଯୋଗାଇ ଦିଆଯାଉଛି ଏବଂ ଆଗାମୀ ତିନି ବର୍ଷ ମଧ୍ୟରେ ଶତ ପ୍ରତିଶତ ଲକ୍ଷ୍ୟ ହାସଲ କରାଯାଇ ପାରିବ ।
ଜଳ ଜୀବନ ମିଶନର ଫୋକସ “ଜନ ଭାଗିଦାରୀ” ମାଧ୍ୟମରେ ଗ୍ରାମୀଣ ପାଇପ୍ ଜଳ ଯୋଗାଣ ଯୋଜନାର ଗୁଣାତ୍ମକ ଭିତ୍ତିଭୂମି ଏବଂ ଓ ଆାଣ୍ଡ୍‍ ଏମ୍‍ ଉପରେ ରହିଛି। ସ୍ଥାୟୀ ଏବଂ ନାଗରିକ-କୈନ୍ଦ୍ରିକ ଜଳ ସେବା ବିତରଣକୁ ସୁନିଶ୍ଚିତ କରିବା ପାଇଁ ରାଜ୍ୟ /କେନ୍ଦ୍ରଶାସିତ ଅଞ୍ଚଳ ସହିତ ପୃଥକ ବୁଝାମଣା ସ୍ୱାକ୍ଷରିତ ହେବ ବୋଲି ଶ୍ରୀମତୀ ସୀତାରମଣ ସୂଚନା ଦେଇଛନ୍ତି

Leave a Reply

Your email address will not be published. Required fields are marked *