
ଛତ୍ରପୁର : ୨୭.୦୨.୨୫
(ମିଥୁନ ବାରିକ୍)
ଛତ୍ରପୁର : ଗଞ୍ଜାମ ସହର ଓ ଆଖ ପାଖ ଅଞ୍ଚଳ ମହାଶିବରାତ୍ର ଅବସରରେ ଉତ୍ସବମୁଖର ହୋଇଉଠିଥିବା ଦେଖିବାକୁ ମିଳିଛି l ଗଞ୍ଜାମ ବ୍ଲକ କଣ୍ଟିଆ ଗଡ଼ ଅନ୍ତର୍ଗତ ବଟେଶ୍ଵର ମନ୍ଦିର ରେ ପ୍ରତିବର୍ଶର ରେକର୍ଡ ଭାଙ୍ଗିଛି । ପୂର୍ବ ତୁଳନା ଅନୁଯାୟୀ ଚଳିତ ବର୍ଷ ବଟେଶ୍ୱର୍ ମନ୍ଦିର ରେ ଭକ୍ତ ଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା। ଯଉଥି ପାଇଁ ଟ୍ରାଫିକ ବ୍ୟବସ୍ଥା ଓ ଭକ୍ତ ଙ୍କୁ କୌଣସି ଅସୁବିଧା ହେବନାହିଁ ତାହା ମନ୍ଦିର କମିଟି ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଥିଲା । ସେହି ପରି
ଅଳେଶ୍ବର, ଝଡ଼େଶ୍ଵର, ମକରେଶ୍ଵର, ବାଲି ଲୋକନାଥ ରେମେଶ୍ଵର ପ୍ରମୁଖ ଶୈବପୀଠ ସେହିପରି ସହରାଞ୍ଚଳ ରେ ବିଜେ କାଶୀ ବିଶ୍ୱନାଥ, ଖଣ୍ଡେଶ୍ଵର, ରାମେଶ୍ଵର, ଆଖଣ୍ଡଳମଣି ପ୍ରମୁଖ ଶୈଠପିଠ ମାନଙ୍କରେ ଶ୍ରଦ୍ଧାଳୁ ମାନଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା l
ଶ୍ରଦ୍ଧାଳୁମାନେ ଅଷ୍ଟଶମ୍ଭୁ ଦର୍ଶନ କରିବା ପାଇଁ ବିଭିନ୍ନ ଶୈବପୀଠ ଭ୍ରମଣ କରିଥିଲେ l ଦେଵଦେବ ମହାଦେବଙ୍କ ଲିଙ୍ଗରେ ଜଳାଭିଶେଖ କରି ପୁଣ୍ୟ ଅର୍ଜନ ପାଇଁ କାଉଡ଼ିଆ ମାନେ ପୁଣ୍ୟତୋୟା ଋଷିକୁଲ୍ୟା ନଦୀରୁ ଜଳ ଭାର ନେଇ ବିଭିନ୍ନ ଶୈବପୀଠ ଅଭିମୁଖେ ଯାତ୍ରା କରିଥିବା ଲକ୍ଷ କରାଯାଇଥିଲା l ବିଭିନ୍ନ ଶୈବ ପୀଠ ମାନଙ୍କରେ ଅଷ୍ଟ ପ୍ରହର ନାମଯଂଜ୍ଞ ଓ଼ ରାତ୍ର ରେ ସାଂସ୍କୃତିକ କାର୍ଯ୍ୟକ୍ରମ ମାନ ପରିବେଷଣ ହୋଇଥିଲା l ମନ୍ଦିର ପୂଜକଙ୍କ ମୁଖ ନିଃସୃତ ଦେବମନ୍ତ୍ର ଧ୍ୱନି ରେ ମନ୍ଦିର ପରିବେଶ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା l