
ଛତ୍ରପୁର : ୧୧.୦୭.୨୫
(ମିଥୁନ ବାରିକ୍)
ଛତ୍ରପୁର : ସ୍ଥାନୀୟ ଶ୍ରୀରାମ ନଗର ସ୍ଥିତ ସରସ୍ଵତୀ ଶିଶୁବିଦ୍ୟା ମନ୍ଦିର ପରିସରରେ ଶ୍ରୀଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ ହୋଇଯାଇଛି । ଏହି ଉତ୍ସବରେ ଅନୁଷ୍ଠାନର ଉପ ସଭାପତି ଗୀତା ପାଢୀ ଅଧ୍ଯକ୍ଷତା କରିଥିବା ବେଳେ ମୁଖ୍ୟଅତିଥ୍ ରୂପେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ପ୍ରଚାରକ ପ୍ରଭାକର ରାଘସ ଉପସ୍ଥିତ ରହି ବୌଦ୍ଧିକ ପ୍ରଦାନ କରିଥିଲେ। ବିଦ୍ୟାଳୟର ପ୍ରଧାନାଚାର୍ଯ୍ୟ ରବୀନ୍ଦ୍ର ନାଥ ଦାଶ ଅତିଥି ପରିଚୟ ପ୍ରଦାନ କରିଥିଲେ । ଅନୁଷ୍ଠାନର ବରିଷ୍ଠ ଆଚାର୍ଯ୍ୟ କୈଳାସ ଚନ୍ଦ୍ର ଶତପଥୀ ଶ୍ରୀଗୁରୁ ପୂର୍ଣ୍ଣିମାର ମହନୀୟତାର ମାର୍ଗଦର୍ଶନ କରିଥିଲେ । ଉକ୍ତ କାର୍ଯ୍ୟକ୍ରମ ରେ ସମସ୍ତ ଆଚାର୍ଯ୍ୟ ଆଚାର୍ଯ୍ୟାମାନଙ୍କ ସହିତ ସମସ୍ତ ଶିଶୁ ଯୋଗ ଦେଇଥିଲେ।