“ରାଇରଙ୍ଗପୁରର ନୂତନ ଅତିରିକ୍ତ ଜିଲ୍ଲାପାଳ ଭାବେ ଶ୍ରୀ ସୁଚାରୁ କୁମାର ବଳଙ୍କ ଯୋଗଦାନ”

ବାରିପଦା(କ:ବ୍ଯୁ) ତା ୦୭-୦୮-୨୦୨୫ ରିଖ
:ଆଜି ରାଇରଙ୍ଗପୁର ର ନୂତନ ଅତିରିକ୍ତ ଜିଲ୍ଲାପାଳ ଭାବେ କାର୍ଯ୍ୟରେ ଯୋଗଦେଇଛନ୍ତି ଓଡିଶା ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ଶ୍ରୀ ସୁଚାରୁ କୁମାର ବଳ, ଓ. ପ୍ର. ସେ. (ଏସ ଏ ଜି). ଏଥି ପୂର୍ବରୁ ଶ୍ରୀ ବଳ ଓଡିଶା ସରକାରଙ୍କ ପଂଚାୟତିରାଜ ଓ ପାନୀୟ ଜଳ ବିଭାଗରେ ଅତିରିକ୍ତ ସଚିବ ଭାବେ କାର୍ଯ୍ୟ ସମ୍ପାଦନ କରି ଆସୁଥିଲେ। ଆଜି ଜିଲ୍ଲାପାଳଙ୍କ ଠାରେ କାର୍ଯ୍ୟରେ ଯୋଗ ଦାନ ଅବସରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନେତ୍ରାନନ୍ଦ ମଲ୍ଲିକ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଇଶ୍ୱର ଚନ୍ଦ୍ର ନାଏକଙ୍କ ସମେତ କାର୍ଯ୍ୟାଳୟର ଅନ୍ୟାନ୍ୟ ପଦାଧିକାରୀ ଓ କର୍ମଚାରୀ ମାନେ ନୂତନ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଚାରୁ କୁମାର ବଳଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିବା ସହ ଶୁଭକାମନା ଜଣାଇଥିଲେ।
ଦୀନବନ୍ଧୁ ବାରିକ (ମୟୂରଭଞ୍ଜ ଜିଲ୍ଲା ପ୍ରତିନିଧି)

Leave a Reply

Your email address will not be published. Required fields are marked *