୭୯ ତମଜିଲ୍ଲା ସ୍ତରୀୟ ସ୍ବାଧିନତା ଦିବସ ମହାସମାରୋହରେ ପାଳିତ

ନବରଙ୍ଗପୁର:- ନବରଙ୍ଗପୁର ସହର ସ୍ଥିତ ଷ୍ଟାଡିୟମ୍ ଠାରେ ମହାଉଲ୍ଲାସ ରେ ୭୯ତମ ଜିଲ୍ଲା ସ୍ତରୀୟ ସ୍ବାଧିନତା ଦିବସ ପାଳନ ହୋଇଯାଇଛି। ଶ୍ରୀଯୁକ୍ତ ଗଣେଶ ରାମ ସିଂ ଖୁଣ୍ଟିଆ ମାନ୍ୟବର ମନ୍ତ୍ରୀ ଜଙ୍ଗଲ,ପରିବେଶ ଓ ଜଳବାୟୁ ପରିବର୍ତ୍ତନ ତଥା ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ଓଡ଼ିଶା ସରକାର ମୁଖ୍ୟଅତିଥି ରୂପେ ଯୋଗ ଦେଇ ସକାଳ ଘ ୯.୧୫ ମି ସମୟରେ ଜାତୀୟ ପତାକା ଉତ୍ତୋଳନ ପୂର୍ବକ ସମବେତ ପ୍ୟାରେଡ ର ଅଭିବାଦନ ଗ୍ରହଣ କରି ଉପସ୍ଥିତ ଜନତାଙ୍କୁ ଉଦବୋଧନ ଦେଇଥିଲେ। ମୂଖ୍ୟଅତିଥୀ ଙ୍କ ସହ ମାନ୍ୟବର ବିଧାୟକ ନବରଙ୍ଗପୁର ଗୌରୀ ଶଙ୍କର ମାଝୀ,ଜିଲ୍ଲାପାଳ ଡ଼ ମହେଶ୍ବର ସ୍ୱାଇଁ, ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପତ , ପୌରପାଳିକା ଅଧ୍ୟକ୍ଷ କୁନୁ ନାୟକ ପତାକା ମଞ୍ଚରେ ଉପସ୍ଥିତ ଥିଲେ।ମୁଖ୍ୟ ଅତିଥି ନିଜ ବକ୍ତବ୍ୟରେ ଭାରତର ସ୍ଵାଧୀନତା ଆନ୍ଦୋଳନରେ ଦେଶ ତଥା ରାଜ୍ୟର ସ୍ବାଧୀନତା ସଂଗ୍ରାମୀ ଙ୍କ ତ୍ୟାଗ ମହାନତା,ପାପଢାହାଣ୍ଡି ସହିଦଙ୍କ ବଳିଦାନ ଓ ସହିଦ ଲକ୍ଷ୍ମଣ ନାୟକ ଙ୍କ ବିରତ୍ଵ କୁ ସ୍ମରଣ କରି ନବରଙ୍ଗପୁର ଜିଲ୍ଲାକୁ ସମୃଦ୍ଧ ଜିଲ୍ଲାରେ ପରିଣତ କରିବାକୁ ରାଜ୍ୟ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ର ସଫଳ ରୂପାୟନ ଦିଗରେ ସମସ୍ତଙ୍କ ସହଯୋଗ କାମନା କଲେ।
ପ୍ୟାରେଡ ପଡ଼ିଆ ରେ ମୋଟ ୨୬ ଟି ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ପୋଲିସ ବିଭାଗ ର ପ୍ଲାଟୁନ୍ ଯୋଗ ଦେଇଥିଲେ। ପଡିଆରେ ୮ ଟି ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରଦର୍ଶନ କରିଥିଲେ।ମୁଖ୍ୟ ଅତିଥି ଙ୍କଠାରୁ ପ୍ୟାରେଡ ପ୍ରତିଯୋଗିତା ର ବିଜୟୀ ଦଳ ପ୍ରଶଂସା ପତ୍ର ଓ ଟ୍ରଫି ଗ୍ରହଣ କରିଥିଲେ।ବିଭିନ୍ନ ବିଭାଗିୟ କ୍ଷେତ୍ରରେ ଉତ୍କୃଷ୍ଟତା ଲାଭ କରିଥିବା କର୍ମଚାରୀଙ୍କୁ ସମ୍ମାନିତ କରାଯାଇଥିଲା। ପ୍ୟାରେଡ୍ କାର୍ଯ୍ୟକ୍ରମ ପରେ ମୁଖ୍ୟ ଅତିଥି ଜିଲ୍ଲା ମୂଖ୍ୟ ଚିକିତ୍ସାଳୟ ଏବଂ ଉପ କାରାଗାର ପରିଦର୍ଶନ କରି ଅନ୍ତେବାସୀ ମାନଙ୍କୁ ଫଳ ଓ ମିଷ୍ଟାନ୍ନ ବଣ୍ଟନ କରିଥିଲେ।ଆର୍ ସି ଡି ହାଇସ୍କୁଲ୍ ରେ ଅନୁଷ୍ଠିତ ସଂଧ୍ୟା ସାଂସ୍କୃତିକ ଓ ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଡ ମହେଶ୍ଵର ସ୍ୱାଇଁ ମୁଖ୍ୟ ଅତିଥି ଏବଂ ସମ୍ମାନୀତ ଅତିଥି ରୂପେ ଅତିରିକ୍ତ ଜିଲ୍ଲାପାଳ ବିଶ୍ଵଜିତ ବର୍ମନ୍ ଏବଂ ତପନ କୁମାର ଖୁଣ୍ଟିଆ,ଜିଲ୍ଲା ଶିକ୍ଷା ଅଧିକାରୀ ଛତ୍ରପତି ସାହୁ ସମ୍ମାନୀତ ଅତିଥି ରୂପେ ଯୋଗଦେଇ ସ୍ଵାଧିନତା ଦିବସ ଉପଲକ୍ଷେ ଅନୁଷ୍ଠିତ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତର ପ୍ରବନ୍ଧ, ବକ୍ତୃତା, କୁଇଜ୍,ଚିତ୍ରାଙ୍କନ,ସଙ୍ଗୀତ ପ୍ରତିଯୋଗୀତା ର ଉତ୍ତୀର୍ଣ୍ଣ ପ୍ରତିଯୋଗୀଙ୍କୁ ସାର୍ଟିଫିକେଟ ଓ ଟ୍ରଫି ପ୍ରଦାନ କରିଥିଲେ।୪ଟି ସ୍କୁଲ ର ଛାତ୍ର ଛାତ୍ରୀ ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରଦର୍ଶନ କରିଥିଲେ। ପ୍ୟାରେଡ ପଡିଆ କାର୍ଯ୍ୟକ୍ରମ ଓ ସାନ୍ଧ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ କୁ ଜିଲ୍ଲା ସୁଚନା ଓ ଲୋକ ସମ୍ପର୍କ ଅଧିକାରୀ ମନୋଜ ବେହେରା ପରିଚାଳନା କରିଥିଲେ।

Leave a Reply

Your email address will not be published. Required fields are marked *