ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

କାଶୀପୁର (ତପନ କାଡ୍ରାକା) ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଆଜି କାଶୀପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହ ପରିସରରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ଆରୋକ୍ଷୀ ଅଧିକ୍ଷକ ସ୍ୱାତୀ ଏସ କୁମାର,ଭାରପ୍ରାପ୍ତ ନିର୍ବାହୀ ଅଧିକାରୀ ତଥା ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ମନୀଷା ଦାସ, ଉପଜିଲ୍ଲାପାଳ ରମେଶ କୁମାର ଜେନା, ଜିଲ୍ଲା ମୁଖ୍ୟ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଵି ସରୋଜିନୀ ଦେବୀ,ସାମ୍ମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ରୟାଗଡ଼ର ପ୍ରକଳ୍ପ ପ୍ରଶାସକ ଚନ୍ଦ୍ରକାନ୍ତ ମାଝୀ,ସମିତି ଅଧ୍ୟକ୍ଷ, କଣ୍ଠମାଝି ପ୍ରମୁଖ ଯୋଗଦାନ କରି ଶୁଣାଣି କରିଥିଲେ lଆଜି ମୋଟ ୧୪୧ଟି ଅଭିଯୋଗ ଶୁଣାଣି ହୋଇଥିବା ବେଳେ ସେଥି ମଧ୍ୟରୁ ୮୮ଟି ବ୍ୟକ୍ତିଗତ ଅଭିଯୋଗ ଥିବା ବେଳେ ୫୩ଗୋଟି ଗ୍ରାମବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ଜଣକୁ ରେଡ କ୍ରସ ପାଣ୍ଠିରୁ ପାଞ୍ଚ ହଜାର ଟଙ୍କା ଏବଂ ଆଉଜଣକୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ତିରିଶ ହଜାର ଜିଲ୍ଲାପାଳ ପ୍ରଦାନ କରିଛନ୍ତି lମୁଖ୍ୟତଃ କାଶୀପୁର ଗ୍ରାମବାସି ମାନେ କାଶୀପୁରରେ ତୁରନ୍ତ ନୂତନ ଗୋଷ୍ଠୀସ୍ବାସ୍ଥ୍ୟ କେନ୍ଦ୍ରର କାର୍ଯ୍ୟ ଆରମ୍ଭ,କାଶୀପୁରରେ ତୁରନ୍ତ ୧୦୮ ଗାଡି ଯୋଗାଣ ଏବଂ କାଶୀପୁରରେ ତୁରନ୍ତ ସ୍ଥାଇ ତହସିଲଦା ନିଯୁକ୍ତି ପ୍ରଦାନ ନିମନ୍ତେ ଦାବିପତ୍ର ପ୍ରଦାନ କରିଥିଲେ।ଏହି ଅଭିଯୋଗ ଶିବିରରେ ଜିଲ୍ଲାସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ।

Leave a Reply

Your email address will not be published. Required fields are marked *