
ବାରିପଦା-ଊଦଳା(କ:ବ୍ଯୁ)
ତା. ୨୨/୧୨/୨୫ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ କପ୍ତିପଦା ଉପଖଣ୍ଡ ଉଦଳାର ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଆଜି ଅନୁଷ୍ଠିତ ଜନଶୁଣାଣୀ ଶିବିରରେ ଜିଲ୍ଲାପାଳ, ମୟୂରଭଞ୍ଜ ହେମକାନ୍ତ ସୟ ଏବଂ ଆରକ୍ଷୀ ଅଧିକ୍ଷକ ମୟୂରଭଞ୍ଜ, ବରୁଣ ଗୁଣ୍ଟୁପାଲି ଯୋଗ ଦେଇ ୭୦ ଗୋଟି ଜନ ଅଭିଯୋଗର ଶୁଣାଣୀ କରିଛନ୍ତି । ଉପଖଣ୍ଡର ଉପଜିଲ୍ଲାପାଳ ସୁଶାନ୍ତ କୁମାର ବାରିକ୍ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି ଶିବିରରେ ପ୍ରକଳ୍ପ ପ୍ରଶାସକ ଆଇଟିଡିଏ ନରେନ୍ଦ୍ର ଖମାରୀ, ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ହୃଷିକେଶ ନାଏକ, ଉପଖଣ୍ଡ ଚିକିତ୍ସାଳୟ ଅଧୀକ୍ଷକ ଡା. ମିନକେତନ ମହାନ୍ତି ଯୋଗ ଦେବା ସହିତ ଉପଖଣ୍ଡର ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାରଙ୍କ ସମେତ ଜିଲ୍ଲା ଓ ଉପଖଣ୍ଡ ତଥା ବ୍ଲକସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ଶୁଣାଣୀ କାର୍ଯ୍ୟରେ ସହଯୋଗ କରିଥିଲେ । ସମସ୍ତ ଅଭିଯୋଗ ମଧ୍ୟରେ ୫୮ ଟି ବ୍ୟକ୍ତିଗତ ସମସ୍ୟା ସମ୍ବଳିତ ଥିବା ସ୍ଥଳେ ୧୨ ଗୋଟି ସାମୂହିକ ସମସ୍ୟା ସମ୍ବଳିତ ବିଷୟ ଉପରେ ଆଧାରିତ ଥିଲା । ସେଥିମଧ୍ୟରୁ ୮ ଗୋଟି ସମସ୍ୟାର ତତ୍କାଳ ସମାଧାନ କରାଯାଇ ଚିକିତ୍ସା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୬ ଜଣଙ୍କୁ ୫ ହଜାର ଲେଖାଏଁ , ଜଣକୁ ୧୦ ହଜାର ମୋଟ ୪୦ ହଜାର ଟଙ୍କାର ଚେକ୍ ପ୍ରଦାନ କରାଯାଇଥିଲା ଏବଂ ଅନ୍ୟ ଜଣଙ୍କୁ ପରାମର୍ଶ ମାଧ୍ୟମରେ ତତ୍କାଳ ସମାଧାନ କରାଯାଇଥିଲା । ଆଜିର ଶୁଣାଣୀରେ ବିଭିନ୍ନ ବିଭାଗ ପାଇଁ ଆସିଥିବା ଅଭିଯୋଗ ଗୁଡିକ ମଧ୍ୟରେ କପ୍ତିପଦା ବ୍ଲକ ଦୋଳିପଡା ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପ୍ରଧାନଶିକ୍ଷକଙ୍କୁ ବଡଖମଣ ଉଚ୍ଚ ବିଦ୍ୟାଳୟ ଦାୟିତ୍ୱରୁ ଅବ୍ୟାହତି ଦେବା, ସୋଲଗଡିଆ ଗ୍ରାମର ସରକାରୀ ଜଙ୍ଗଲ ଜମି ଉପରେ ଥିବା ଆମ୍ବ ବଗିଚା ଜବରଦଖଲକାରୀଙ୍କୁ ଉଚ୍ଛେଦ, ଉଦଳା ବ୍ଲକ ଡିହିରାକୁଳ ଗ୍ରାମ ୧୧ ନମ୍ବର ୱାର୍ଡ ସାହୁ ସାହି ରାସ୍ତାର ପାଣି ନିଷ୍କାସନ ଓ ଜବରଦଖଲ ଉଚ୍ଛେଦ, ବଡଖମଣ ପଞ୍ଚାୟତର ଆବେଦନ କରିଥିବା ଜଙ୍ଗଲ ଜମି ଶିରୋନାମା ପାଇବାରେ ଅହେତୁକ ବିଳମ୍ବ ଆଦି ଅଭିଯୋଗ ଗୁଡିକ ଉପରେ ବିଚାର କରି ତାର ସମାଧାନ ନିମନ୍ତେ ବିଭିନ୍ନ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ମୟୂରଭଞ୍ଜ ନିର୍ଦ୍ଦେଶ ଦେଇଥିଲେ । ଉପରୋକ୍ତ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ଡେପୁଟି କଲେକ୍ଟର ପ୍ରତୀକ କୁମାର ପଣ୍ଡା ଓ କାର୍ଯ୍ୟାଳୟର କର୍ମଚାରୀ ଶାଙ୍ଖାଇ ହେମ୍ବ୍ରମ୍, ରମେଶ ପୃଷ୍ଟି, କବିତା ଖିଲାର, ସତ୍ୟ ପ୍ରକାଶ ପାତ୍ର, ସାଇସ୍ୱରୂପ କର, ରାଉତରାୟ ମୁର୍ମୁ, ଅନୁଭବ ରାଉତ, ତାପସ ପ୍ରଧାନ, ତପୁ ପାତ୍ର, ଭବାନୀ ପଣ୍ଡା, କୈଳାସ ଦନୈକ ଓ ଅନ୍ୟାନ୍ୟ କର୍ମଚାରୀ ପ୍ରମୁଖ ସହଯୋଗ କରିଥିଲେ।
ଦୀନବନ୍ଧୁ ବାରିକ (ମୟୂରଭଞ୍ଜ ଜିଲ୍ଲା ପ୍ରତିନିଧି)