ଗ୍ରାମୀଣ ସମୃଦ୍ଧି ତାଲିମ କାର୍ଯ୍ୟକ୍ରମ

ନୟାଗଡ଼ : ନୟାଗଡ଼ ବ୍ଲକର କିଛି ସରପଞ୍ଚ, ଅଙ୍ଗନବାଡି କର୍ମୀ,ମିଶନ ଶକ୍ତିର MBK,CRP ଏବଂ କିଛି SHG ଗ୍ରୁପର ପ୍ରେସିଡେଣ୍ଟ ଓ ସେକ୍ରେଟାରୀଙ୍କୁ ନେଇ ସାନିଟେସନ ମାଧ୍ୟମରେ ଗ୍ରାମୀଣ ସମୃଦ୍ଧି ତାଲିମ କାର୍ଯ୍ୟକ୍ରମ ଜିଲ୍ଲା ପରିଷଦର ସୃଜନ ଗୃହରେ ଅନୁଷ୍ଠିତ ହୋଇଥିଲା। ଉକ୍ତ ତାଲିମ କାର୍ଯ୍ୟକ୍ରମରେ ନୟାଗଡ଼ ଜିଲ୍ଲାର ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ରଥ ( ଭା. ପ୍ର.ସେ.) ଯୋଗଦେଇ ତାଲିମ କାର୍ଯ୍ୟକ୍ରମ ବିଷୟରେ ଆଲୋକପାତ କରିଥିଲେ ଏବଂ ନିଜେ ସଫାସୁତୁରା ରହିବା ସହିତ କିପରି ଭାବେ ପଞ୍ଚାୟତକୁ ନିର୍ମଳ ଏବଂ ସରସ ସୁନ୍ଦର ଗଢ଼ିତୋଳି ହେବ ତାହା ଉପରେ ଆଲୋଚନା କରିଥିଲେ । ନାରୀର ସଶକ୍ତିକରଣ ସହିତ ପରିବେଶର ସ୍ବଚ୍ଛତାର ଦୀର୍ଘ ସ୍ଥାୟୀ କାର୍ଯ୍ୟକ୍ରମ ଉପରେ ଟିପ୍ପଣୀ ରଖିଥିଲେ । ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷ ଜିଲ୍ଲା ପରିଷଦ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ,Addl.E.O.(Admn) ଯୋଗ ଦେଇ ନିଜ ନିଜର ବକ୍ତବ୍ୟ ରଖିଥିଲେ ।
ନୟାଗଡ ରୁ ବିଶ୍ୱନାଥ ଘଡେଇ ଙ୍କ ରିପୋର୍ଟ

Leave a Reply

Your email address will not be published. Required fields are marked *