“ବାରିପଦା ଉପଖଣ୍ଡ ପାଇଁ ଯୁଗ୍ମ ଜନ ଶୁଣାଣୀ ଅନୁଷ୍ଠିତ”

ବାରିପଦା(କ:ବ୍ଯୁ)ତା ୦୨.୦୨.୨୦୨୬ ରିଖ:
ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଆଜି ମୟୂରଭଞ୍ଜ ଜ଼ିଲ୍ଲା ସଦରମହକୁମା ବାରିପଦା ଠାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଏକ ଯୁଗ୍ମ ଜନଶୁଣାଣୀ ଶିବିର ଆରମ୍ଭ ହୋଇଯାଇଛି .
ଉକ୍ତ
ଜନଶୁଣାଣୀ ଶିବିରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନେତ୍ରାନନ୍ଦ ମଲ୍ଲିକ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦୁଖବନ୍ଧୁ ନାୟକ, ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଧର୍ମାନନ୍ଦ ବେହେରା, ଅତିରିକ୍ତ ଆରକ୍ଷୀ ଅଧିକ୍ଷିକା ଶ୍ରୀମତୀ ସବିତା ମାଝୀ,ବାରିପଦା ଉପଜିଲ୍ଲାପାଳ ଡ଼. ଦୟାସିନ୍ଧୁ ପରିଡା, ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର କିଶୋର କୁମାର ଆଚାର୍ଯ୍ୟ ପ୍ରମୁଖ ଯୋଗ ଦେଇଥିଲେ।
ଶିବିରରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀଙ୍କ ସମେତ ବାରିପଦା ଉପଖଣ୍ଡର ଉପଖଣ୍ଡ ଓ ବ୍ଲକ ସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହି ଅଭିଯୋଗ ଶୁଣାଣି କାର୍ଯ୍ୟରେ ସହଯୋଗ କରିଥିଲେ।
ଆଜିର ଶୁଣାଣିରେ ସର୍ବମୋଟ ୧୭୬ ଗୋଟି ଅଭିଯୋଗ ପତ୍ର ଶୁଣାଣି ପାଇଁ ଗ୍ରହଣ ହୋଇଥିଲା ।
ଉକ୍ତ ୧୭୬ଗୋଟି ଅଭିଯୋଗ ମଧ୍ୟରୁ ୧୫୬ଟି ବ୍ୟକ୍ତିଗତ ସମସ୍ୟା ସମ୍ଭନ୍ଧିତ ଥିବାବେଳେ ୨୦ଗୋଟି ସାମୁହିକ ସମସ୍ୟା ସମ୍ବଳିତ ବିଷୟ ଉପରେ ଆଧାରିତ ଥିଲା।
ଆଜିର ଜନ ଅଭିଯୋଗ ଶୁଣାଣୀରେ ଗ୍ରହଣ ହୋଇଥିବା ବିଭିନ୍ନ ବିଭାଗ ସମ୍ପର୍କିତ ଅନ୍ୟାନ୍ୟ ଅଭିଯୋଗ ଗୁଡିକ ଉପରେ ଅନୁଧ୍ୟାନ ପୂର୍ବକ ବିଚାର କରି ସେଗୁଡିକର ତ୍ୱରିତ ସମାଧାନ ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଅତିରିକ୍ତ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ।
ଉପରୋକ୍ତ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀ ମାନେ ସହଯୋଗ କରିଥିଲେ।
ଦୀନବନ୍ଧୁ ବାରିକ (ମୟୂରଭଞ୍ଜ ଜିଲ୍ଲା ପ୍ରତିନିଧି)

Leave a Reply

Your email address will not be published. Required fields are marked *