ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଗ୍ନି ନିରାପତ୍ତା ସମ୍ବନ୍ଧୀୟ ପ୍ରାକ୍ ପ୍ରସ୍ତୁତି ଅଭ୍ୟାସ

ଅନୁଗୋଳ , ( କ ବ୍ୟୁ ) ୦୬.୦୪: ଜିଲ୍ଲା ମୁଖ୍ୟ ଚିକିତ୍ସାଳୟଠାରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଅଗ୍ନିଶମ ବିଭାଗର ମିଳିତ ସହଯୋଗରେ ଆଜି ପୂର୍ବାହ୍ନରେ ଅଗ୍ନି ନିରାପତ୍ତା ସମ୍ବନ୍ଧୀୟ ପ୍ରାକ୍ ପ୍ରସ୍ତୁତି ଅଭ୍ୟାସ କରାଯାଇଛି। ଚିକିତ୍ସାଳୟ ପରିସରରେ ନିଆଁ ସମ୍ବନ୍ଧିତ ଆପାତକାଳୀନ ପରିସ୍ଥିତି ସମୟରେ ସମସ୍ତେ କିପରି ରକ୍ଷା ପାଇପାରିବେ ସେ ସମ୍ବନ୍ଧରେ ଉଭୟ ରୋଗୀ ଓ ଡାକ୍ତରଖାନା କର୍ମଚାରୀମାନଙ୍କୁ ସଚେତନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଆପାତକାଳୀନ ଅଧିକାରୀ ଶ୍ରୀ ଶୁଭେନ୍ଦୁ କୁମାର ଜେନା, ଜିଲ୍ଲା ଅଗ୍ନିଶମ ଅଧିକାରୀ ଶ୍ରୀ ରମେଶ ଚନ୍ଦ୍ର ମହାନ୍ତିଙ୍କ ସମେତ ଚିକିତ୍ସାଳୟର ଅଧିକାରୀ ଓ କର୍ମଚାରୀପ୍ରମୁଖ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *