“ଜିଲ୍ଲା ଆଇନ ସେବା ପ୍ରାଧିକରଣ ଦ୍ଵାରା ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ”

ବାରିପଦା ( କ ବ୍ୟୁ )ତା୦୧/୦୫/୨୦୨୬ :
ଜିଲ୍ଲା ଆଇନ ସେବା ପ୍ରାଧିକରଣ ଦ୍ଵାରା ଆଜି ବାରିପଦା ଜିଲ୍ଲା ଆଇନ ସେବା ପ୍ରାଧିକରଣ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ପରିସରରେ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ ହୋଇ ଯାଇଛି। ଉକ୍ତ କାର୍ଯ୍ୟକ୍ରମ ରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ର ଅଧ୍ୟକ୍ଷ ତଥା ଜିଲ୍ଲା ଓ ଦୌରା ଜଜ ଶ୍ରୀ ସୁଦୀପ୍ତ ଆଚାର୍ଯ୍ୟଙ୍କ ତ୍ୟତ୍ଵାବଧାନରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରେ ଜିଲ୍ଲା ଶ୍ରମ ବିଭାଗ ଦ୍ଵାରା ଶ୍ରମିକ ହିତାଧିକାରୀ ମାନଙ୍କ ମଧ୍ୟରେ ବିଭିନ୍ନ ସହାୟତା ଯଥା ମୃତ୍ୟୁକାଳୀନ ସହାୟତା, ଶ୍ରମିକ ପରିଚୟ ପତ୍ର, ବିବାହ ସହାୟତା ଇତ୍ୟାଦି ବଣ୍ଟା ଯାଇଥିଲା। ଏହା ସହିତ ଶ୍ରମିକ ମାନଙ୍କ ନିମନ୍ତେ ଉଦ୍ଧିଷ୍ଟ ଥିବା ଯୋଜନା ଓ ଅଧିକାର ବିଷୟରେ ମଧ୍ୟ ସଚେତନ କରା ଯାଇଥିଲା।
ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀମତୀ ରାଜଶ୍ରୀ ପଟ୍ଟନାୟକ, ଜିଲ୍ଲା ଶ୍ରମ ଅଧିକାରୀ ଶ୍ରୀ ନିରଞ୍ଜନ ନାୟକ , ସହକାରୀ ଶ୍ରମ ଅଧିକାରୀଣୀ ପାନାମଣୀ ସୋରେନ, ଓ.ଏନ.ଏମ. ସିନଗଲତା ମାଝି ଓ ଅଧିକାର ମିତ୍ର ଶ୍ରୀ ରବୀନ୍ଦ୍ର କୁମାର ମହାନ୍ତି ପ୍ରମୁଖ ଯୋଗ ଦେଇ ଶ୍ରମିକ ମାନଙ୍କୁ ବିଭିନ୍ନ ଅଧିକାର ସମ୍ପର୍କରେ ସଚେତନ କରାଇଥିଲେ। ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ଆଇନ ସେବା ପ୍ରାଧିକରଣର କର୍ମଚାରୀ ମାନେ ସହଯୋଗ କରିଥିଲେ ।
ଦୀନବନ୍ଧୁ ବାରିକ
(ମୟୂରଭଞ୍ଜ ଜିଲ୍ଲା ପ୍ରତିନିଧି)

Leave a Reply

Your email address will not be published. Required fields are marked *