
କଟକ, ତା ୦୮.୦୬.୨୦୨୬ରିଖ – ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଆଜି ନରସିଂହପୁର ବ୍ଲକ୍ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଜନ ଅଭିଯୋଗ ଶୁଣାଣିରେ ସମୁଦାୟ ୧୨୩ ଟି ଅଭିଯୋଗ ହସ୍ତଗତ ହୋଇଥିବାବେଳେ ତନ୍ମଧ୍ୟରେ ୧୧୮ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୦୫ଟି ସାମୁହିକ ଅଭିଯୋଗ ରହିଥିଲା । ଅଭିଯୋଗ ଶୁଣାଣି ଶିବିରରେ ୪୯ଟି ଅଭିଯୋଗର ତ୍ୱରିତ ସମାଧାନ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଏହି ଅଭିଯୋଗ ଶୁଣାଣି କାଳରେ ପୁଲିସ ଆରକ୍ଷୀ ଅଧୀକ୍ଷକ ଶ୍ରୀ ବିନୀତ ଅଗ୍ରୱାଲ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ପ୍ରଶାନ୍ତ କୁମାର ନାୟକ, ଉପଜିଲ୍ଲାପାଳ ଆଠଗଡ , ଶ୍ରୀ ପ୍ରହଲ୍ଲାଦ ନାରାୟଣ ଶର୍ମା ଏବଂ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ । ଏଥିସହ ବାର୍ଦ୍ଧକ୍ୟ ଭତ୍ତା , ଭିନ୍ନକ୍ଷମ ଭତ୍ତା, ସ୍ୱାସ୍ଥ୍ୟ, ଶିକ୍ଷା,ପଶୁପାଳନ ଆଦି ସମ୍ପର୍କିତ ବିଭିନ୍ନ ପଞ୍ଜିକୃତ ଅଭିଯୋଗର ଶୁଣାଣି ପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ବିଭିନ୍ନ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏଠାରେ ସୂଚନାଯୋଗ୍ୟ, ଆସନ୍ତା ଜୁନ ୨୨ ତାରିଖରେ ତିଗିରିଆ ବ୍ଲକ୍ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ।