
କଟକ, ତା ୨୨.୦୬.୨୦୨୬ ରିଖ – ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଆଜି ତିଗିରିଆ ବ୍ଲକ୍ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଜନ ଅଭିଯୋଗ ଶୁଣାଣିରେ ସମୁଦାୟ ୯୬ ଟି ଅଭିଯୋଗ ହସ୍ତଗତ ହୋଇଥିବାବେଳେ ତନ୍ମଧ୍ୟରେ ୮୩ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୧୩ଟି ସାମୁହିକ ଅଭିଯୋଗ ରହିଥିଲା । ଏହି ଅଭିଯୋଗ ଶୁଣାଣି କାଳରେ ପୁଲିସ ଆରକ୍ଷୀ ଅଧୀକ୍ଷକ ଶ୍ରୀ ବିନୀତ ଅଗ୍ରୱାଲ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ପ୍ରଶାନ୍ତ କୁମାର ନାୟକ, ଉପଜିଲ୍ଲାପାଳ ଆଠଗଡ , ଶ୍ରୀ ପ୍ରହଲ୍ଲାଦ ନାରାୟଣ ଶର୍ମା ଏବଂ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ । ଏଥିସହ ଶିକ୍ଷା,ବିଦ୍ୟୁତ, ଭତ୍ତା ଆଦି ସମ୍ପର୍କିତ ବିଭିନ୍ନ ପଞ୍ଜିକୃତ ଅଭିଯୋଗର ଶୁଣାଣି ପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ବିଭିନ୍ନ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏଠାରେ ସୂଚନାଯୋଗ୍ୟ, ଆସନ୍ତା ଜୁନ ୨୯ ତାରିଖରେ ନିଆଳି ବ୍ଲକ୍ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ।