ଜିଲ୍ଳାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ


କଟକ ତା ୨୧.୦୯.୨୦୨୬ ରିଖ – ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ଓସୱାନ କକ୍ଷଠାରେ ଆଜି ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଓ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣିରେ ସମୁଦାୟ ୬୦ଟି ଅଭିଯୋଗ ହସ୍ତଗତ ହୋଇଥିଲା । ତନ୍ମଧ୍ୟରେ ୫୩ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୦୭ ଗୋଟିଏ ସାମୁହିକ ଅଭିଯୋଗ ରହିଥିଲା । ଏହି ଅଭିଯୋଗ ଶୁଣାଣି କାଳରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ବିନୀତ ଅଗ୍ରୱାଲ ,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ,ଶ୍ରୀ ପ୍ରଶାନ୍ତ କୁମାର ନାୟକ,କଟକ ସଦର ଉପଜିଲ୍ଳାପାଳ, ଶ୍ରୀ ଦିବ୍ୟଜ୍ୟୋତି ସ୍ମୃତି ରଞ୍ଜନ ଦେଓଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଓ ଯନ୍ତ୍ରୀମାନେ ଉପସ୍ଥିତ ଥିଲେ । ଏଥିସହ ପାନୀୟ ଜଳ, ବାର୍ଦ୍ଧକ୍ୟ ଭତ୍ତା, ଭିନ୍ନକ୍ଷମ ଭତ୍ତା, ସ୍ୱାସ୍ଥ୍ୟ, ଶିକ୍ଷା, କୃଷି, ପ୍ରାଣୀ ସମ୍ପଦ ଆଦି ସମ୍ପର୍କିତ ବିଭିନ୍ନ ପଞ୍ଜିକୃତ ଅଭିଯୋଗର ଶୁଣାଣି ପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ବିଭିନ୍ନ ଅଧିକାରୀ ଓ ଯନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏଠାରେ ସୂଚନାଯୋଗ୍ୟ ଆସନ୍ତା ୨୮ତାରିଖରେ ବାଙ୍କୀ ବ୍ଲକ କାର୍ଯ୍ୟାଳୟଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ।

Leave a Reply

Your email address will not be published. Required fields are marked *