ରାଜ୍ୟ ପୋଲିସ ମୁଖ୍ୟାଳୟରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ

କଟକ :ତା ୨୬.୧୦.୨୦୨୬ ଆଜି ପୂର୍ବାହ୍ନରେ ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ-୨୦୨୬ ପାଳନ ଅବସରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ବରିଷ୍ଠ ପୋଲିସ ଅଧିକାରୀ ଏବଂ କର୍ମଚାରୀମାନେ ଉପସ୍ଥିତ ରହି ଦୁର୍ନୀତି ନିବାରଣ, ସାଧୁତା ଓ ସଚ୍ଚୋଟତା ବଜାୟ ରଖିବା ପାଇଁ ଶପଥ ଗ୍ରହଣ କରିଛନ୍ତି।

ଉକ୍ତ କାର୍ଯ୍ୟକ୍ରମରେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଧୁନୀକିକରଣ) ଶ୍ରୀ ଏସ. କେ. ପ୍ରିୟଦର୍ଶୀ ଉପସ୍ଥିତ ରହି ସମସ୍ତ ଅଧିକାରୀ ଓ କର୍ମଚାରୀମାନଙ୍କୁ ଶପଥ ପାଠ କରାଇଥିଲେ।

ଶପଥ ଗ୍ରହଣ ସମୟରେ, ସାଧାରଣ ଜୀବନ ଓ ସରକାରୀ ସେବାରେ ସ୍ୱଚ୍ଛତା, ସଚ୍ଚୋଟତା, ସାଧୁତା ଏବଂ ଉତ୍ତରଦାୟିତ୍ୱ ବଜାୟ ରଖିବା ସହିତ ଦୁର୍ନୀତି ବିରୋଧରେ ବ୍ୟାପକ ସଚେତନତା ସୃଷ୍ଟି କରିବା ପାଇଁ ସଂକଳ୍ପ ନିଆଯାଇଥିଲା। ନିଜ ନିଜ କାର୍ଯ୍ୟକ୍ଷେତ୍ରରେ ନିଷ୍ଠାର ସହ ଦାୟିତ୍ୱ ସମ୍ପାଦନ କରି ଏକ ଦୁର୍ନୀତିମୁକ୍ତ ପ୍ରଶାସନ ଗଠନ ପାଇଁ ପ୍ରତ୍ୟେକ କର୍ମଚାରୀ ସକ୍ରିୟ ଭୂମିକା ଗ୍ରହଣ କରିବାକୁ ଏହି ସଚେତନତା ସପ୍ତାହ ମାଧ୍ୟମରେ ଆହ୍ୱାନ ଦିଆଯାଇଛି।

ଏହି ସଚେତନତା କାର୍ଯ୍ୟକ୍ରମରେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ ଓ ଶୃଙ୍ଖଳା) ଶ୍ରୀ ସଞ୍ଜୟ କୁମାର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ମୁଖ୍ୟାଳୟ) ଶ୍ରୀ ପ୍ରତୀକ ମହାନ୍ତି, ଆଇ.ଜି.ପି (କାର୍ମିକ) ଶ୍ରୀ ଏସ. ପ୍ରବୀଣ କୁମାର, ଆଇ.ଜି.ପି (ପ୍ରୋଭିଜନିଂ) ଶ୍ରୀ ନୀତି ଶେଖର ଏବଂ ଡି.ଆଇ.ଜି.ପି (କାର୍ମିକ) ଶ୍ରୀ ଯୁଗଳ କିଶୋର କୁମାର ବନୋଥଙ୍କ ସମେତ ରାଜ୍ୟ ପୋଲିସ ମୁଖ୍ୟାଳୟର ବହୁ ବରିଷ୍ଠ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *