ନବରଙ୍ଗପୁର ଠାରେ ଜିଲାପାଳ ଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ।

ନବରଙ୍ଗପୁର ତା୦୨.୦୬.୨୦୨୫:
ଆଜି ଜିଲ୍ଲା ପରିଷଦ ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର ଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ)ତପନ କୁମାର ଖୁଣ୍ଟିଆ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦର ୱାନ,ଉପ ଜିଲ୍ଲାପାଳ ନବରଙ୍ଗପୁର ପ୍ରକାଶ କୁମାର ମିଶ୍ରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୩୬ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୧ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୫ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।ଅଭିଯୋଗ ମୁଖ୍ୟତଃ ରାସନ୍ କାର୍ଡ, ଆବାସ ଗୃହ,ପାନୀୟ ଜଳ,ଆୟୁଶ୍ମାନ କାର୍ଡ,ବିଦ୍ୟୁତ୍ ଉପରେ ଥିଲା।ଜିଲ୍ଲାପାଳ ଅଭିଯୋଗ ଶୁଣାଣୀ ଶିବିରରେ ପୂର୍ବରୁ ଏ ପର୍ଯ୍ୟନ୍ତ ବକେୟା ସମସ୍ୟାର ସମାଧାନ କରି ନ ଥିବା ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ତାଗିଦ କରିଥିଲେ ଏବଂ ଶୀଘ୍ର ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ।ଅଭିଯୋଗ ଶୁଣାଣୀ ପରେ ଜିଲ୍ଲାରେ ଆସନ୍ତା ଜୁନ ୧୨ ରୁ ୧୮ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ବିକାଶ ମେଳାରେ ବିଭାଗୀୟ ପ୍ରଦର୍ଶନୀ ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ପାଇଁ ଆବଶ୍ୟକୀୟ ପଦକ୍ଷେପ ନେବାକୁ ସଂପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ କହିଥିଲେ।

Leave a Reply

Your email address will not be published. Required fields are marked *