ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର :-ପାପଡ଼ାହାଣ୍ଡି ପଂଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ମଡକର୍ ସନ୍ଦୀପ ସମ୍ପତଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ , ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ର, ବ୍ଲକ ଅଧ୍ୟକ୍ଷା ହେମଲତା ମାଝୀ, ବ୍ଲକ ଉପାଧ୍ୟକ୍ଷ ସୁଶାନ୍ତ କୁମାର ବେହେରା, ବି ଡି ଓ କପିଳଦେବ ସାହୁ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୪୫ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୩୪ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୧ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।୩ଜଣଙ୍କ ଅଭିଯୋଗର ସମାଧାନ ତତ୍ କ୍ଷଣାତ କରାଯାଇଥିଲା।

Leave a Reply

Your email address will not be published. Required fields are marked *