
କଟକ ତା ୨୮.୦୯.୨୦୨୬ ରିଖ : ବାଙ୍କୀ ବ୍ଲକ କାର୍ଯ୍ୟାଳୟଠାରେ ଆଜି ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ଶ୍ରୀ କମଲଜିତ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣିରେ ସମୁଦାୟ ୮୦ଟି ଅଭିଯୋଗ ହସ୍ତଗତ ହୋଇଥିଲା । ତନ୍ମଧ୍ୟରେ ୬୩ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୧୭ ଗୋଟିଏ ସାମୁହିକ ଅଭିଯୋଗ ରହିଥିଲା । ଏହି ଅଭିଯୋଗ ଶୁଣାଣି କାଳରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ବିନୀତ ଅଗ୍ରୱାଲ ,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ,ଶ୍ରୀ ପ୍ରଶାନ୍ତ କୁମାର ନାୟକ,ବାଙ୍କୀ ଉପଜିଲ୍ଲାପାଳ, ଶ୍ରୀମତୀ ମନସ୍ଵିନୀ ଦାସଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଓ ଯନ୍ତ୍ରୀମାନେ ଉପସ୍ଥିତ ଥିଲେ । ଏଥିସହ ପାନୀୟ ଜଳ, ବାର୍ଦ୍ଧକ୍ୟ ଭତ୍ତା, ଭିନ୍ନକ୍ଷମ ଭତ୍ତା, ସ୍ୱାସ୍ଥ୍ୟ, ଶିକ୍ଷା, କୃଷି, ପ୍ରାଣୀ ସମ୍ପଦ ଆଦି ସମ୍ପର୍କିତ ବିଭିନ୍ନ ପଞ୍ଜିକୃତ ଅଭିଯୋଗର ଶୁଣାଣି ପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ବିଭିନ୍ନ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏଠାରେ ସୂଚନାଯୋଗ୍ୟ ଆସନ୍ତା ୫ ତାରିଖରେ ସାଲେପୁର ବ୍ଲକ କାର୍ଯ୍ୟାଳୟଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ।