ରାୟଗଡ଼ା ଲୋକ ମହୋତ୍ସବ ଚଇତି ୨୦୨୪କୁ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ରାୟଗଡ଼ା-ଅଜୟ ରଥ- ରାୟଗଡ଼ା ଜିଲାସ୍ତରୀୟ ଲୋକ ମହୋତ୍ସବ ଚଇତି ୨୦୨୪ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିବେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏ ନେଇ ଭାଜପା ଜିଲ୍ଲା ସଭାପତି ଶିବ ପଟ୍ଟନାୟକ ସୂଚନା ଦେଇଛନ୍ତି। ଚଇତିରେ ଯୋଗଦେବା ପାଇଁ ରାୟଗଡ଼ା ଜିଲ୍ଲାପାଳ ପାରୁଲ ପଟୱାରି, ଭାଜପା ଜିଲ୍ଲା ସଭାପତି ଶିବ ପଟ୍ଟନାୟକ, ଭାରତୀୟ ଜନତା ପାର୍ଟି କୋରାପୁଟ ଲୋକସଭା ସାଂସଦ ପାର୍ଥି କାଳିରାମ ମାଝି ଏବଂ କୋରାପୁଟ ବିଧାୟକ ରଘୁରାମ ମାଛ ପ୍ରମୁଖ ଭୁବନେଶ୍ୱରରେ ପହଂଚି ମୁଖ୍ୟମନ୍ତ୍ରୀ ଓ ଅନ୍ୟ ମନ୍ତ୍ରୀଙ୍କୁ ଆମନ୍ତ୍ରଣ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତରେ ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡ଼ାଙ୍କ ସମେତ ମନ୍ତ୍ରୀ ସୁରେଶ ପୂଜାରୀ, ନିତ୍ୟାନନ୍ଦ ଗଣ୍ଡ, ସୂର୍ଯ୍ୟବଂଶୀ ସୁରଜ, ବିଭୂତି ଜେନା, ରବି ନାୟକ ପ୍ରମୁଖ ଉପସ୍ଥିତ ରହିବେ ବୋଲି ଶିବ ପଟ୍ଟନାୟକ ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *