ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ଅନୁଗୋଳ : (ଦିଲୀପ କୁମାର ଚୋପଦାର)ଜିଲ୍ଲାପାଳ ଶ୍ରୀ ଅବ୍ଦାଲ ମୁହମ୍ମଦ ଅଖତାରଙ୍କ ଅଧ୍ୟକ୍ଷତାରେ କଣିହାଁ ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଜନଶୁଣାଣୀ କାର୍ଯ୍ୟକ୍ରମରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ରାହୁଲ ଜୈନ ଯୋଗ ଦେଇଥିଲେ। ଜନଶୁଣାଣୀ ଶିବିରରେ ମୋଟ ୮୯ ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୬୩ ଟି ବ୍ୟକ୍ତିଗତ ଓ ୨୬ ଟି ଗ୍ରମ୍ୟଭିତିକ ଅଭିଯୋଗର ଶୁଣାଣୀ ହୋଇଥିବା ବେଳେ ୮ ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା। ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୫ ହଜାର ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ର, ଜିଲ୍ଲାପରିଷଦ ର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତ, ତାଳଚେର ଉପ-ଜିଲ୍ଲାପାଳ ଶ୍ରୀ ସମୀର କୁମାର ଜେନା, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ନିରଞ୍ଜନ ସାହୁ, ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡ. ଅନ୍ତଯ୍ୟାମି ମିଶ୍ର, କଣିହାଁ ତହସିଲଦାର ଶ୍ରୀ ଚିନ୍ମୟ ଦାସ, କଣିହାଁ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଦେବଦତ୍ତ ପ୍ରଧାନ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଦିଲୀପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀମତୀ ସ୍ମିତା ନାୟକ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଶ୍ରୀ ଉମାଶଙ୍କର ମିଶ୍ର, ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଶ୍ରୀ ନିରୋଦ ଦାସ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ନାରାୟଣ ମହାପାତ୍ର ଙ୍କ ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଓ ବ୍ଲକ ସ୍ତରୀୟ ଅଧିକାରୀମାନେ ଯୋଗଦେଇଥିଲେ। ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ।

Leave a Reply

Your email address will not be published. Required fields are marked *